ପ୍ରବଳ ବର୍ଷା କୁ ଦୃଷ୍ଟି ରେ ରଖି : ୨୪ ଯାଏଁ ଗଞ୍ଜାମରେ ସ୍କୁଲ୍‌ ବନ୍ଦ

Pradeep Kar

ଛତ୍ରପୁର, ୨୨/୯: ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଆଜିଠାରୁ ସେପ୍ଟେମ୍ବର ୨୪ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ବନ୍ଦ ରହିବ। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ବିଦ୍ୟାଳୟଗୁଡ଼ିକ ବନ୍ଦ ରହିଲେ ମଧ୍ୟ ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ପୂର୍ବବତ୍‌ ବିଦ୍ୟାଳୟରେ ଉପସ୍ଥିତ ରହି ନିଜ ନିଜ କାର୍ଯ୍ୟ ସମ୍ପାଦନ କରିବେ। ସେହିପରି ପୂର୍ବରୁ ଧାର୍ଯ୍ୟ ହୋଇଥିବା ଏନ୍‌ଆର୍‌ଟିଏସ୍‌ ପରୀକ୍ଷା ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଅନୁଷ୍ଠିତ ହେବ। ଅନ୍ୟପକ୍ଷରେ, ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜିଠାରୁ ସେପ୍ଟେମ୍ବର ୨୪ ଯାଏଁ ଗଞ୍ଜାମ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଛି।

Also Read

Tags