ତପ୍ତପାଣି ନିକଟରେ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର

Pradeep Kar

ବ୍ରହ୍ମପୁର; ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ତପ୍ତପାଣି ନିକଟରେ ଜଣେ ଯୁବକ ଓ ଯୁବତୀଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଉଭୟ ପ୍ରେମ ସମ୍ପର୍କରେ ଥିବା କୁହାଯାଉଥିବା ବେଳେ ପ୍ରାଥମିକ ଭାବେ ଏହା ଆତ୍ମହତ୍ୟା ଘଟଣା ବୋଲି ସନ୍ଦେହ କରାଯାଉଛି। ମୃତ ଯୁବକ ଜଣକ ଦିଗପହଣ୍ଡି ଅଞ୍ଚଳର ହୋଇଥିବା ବେଳେ ଯୁବତୀ ଜଣକ ସାନଖେମୁଣ୍ଡି ଅଞ୍ଚଳର ବୋଲି ଜଣାପଡ଼ିଛି। ଘଟଣା ସମ୍ପର୍କରେ ସୂଚନା ପାଇ ପାଟପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କ ମୃତଦେହ ଉଦ୍ଧାର କରିଛି। ପରେ ମୃତଦେହ ଦୁଇଟିକୁ ଦିଗପହଣ୍ଡି ମେଡିକାଲକୁ ଅଣାଯାଇଛି। କେଉଁ ପରିସ୍ଥିତିରେ ଉଭୟଙ୍କ ମୃତ୍ୟୁ ଘଟିଲା ଏବଂ ଏହା ପଛରେ କୌଣସି ଅନ୍ୟ କାରଣ ରହିଛି କି ନାହିଁ, ସେନେଇ ପାଟପୁର ପୁଲିସ ତଦନ୍ତ ଆରମ୍ଭ କରିଛି। ତଦନ୍ତ ଓ ବ୍ୟବଚ୍ଛେଦ ରିପୋର୍ଟ ପରେ ମୃତ୍ୟୁର ପ୍ରକୃତ କାରଣ ଅଧିକ ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି।

Also Read

Tags