ଛତ୍ରପୁର ତା 29/05/26 ଆଜି ସକାଳେ ଏକ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ ଆଇ ଆର) ସଚେତନତା ପଦଯାତ୍ରା ଛତ୍ରପୁରସ୍ଥିତ ଜିଲ୍ଲପାଳଙ୍କ କାର୍ଯ୍ୟାଳୟରୁ ବାହାରି ସହର ପରିକ୍ରମା ପୂର୍ବକ ସର୍କିଟ ହାଉସରେ ଶେଷ ହୋଇଥିଲା । ଏହି ପଦଯାତ୍ରାରେ ଜିଲ୍ଲାପାଳ ଭି କୀର୍ତ୍ତି ଭାସନ, ଅତିରିକ୍ତ ଜିଲ୍ଲାପାଳ ଦେବଦତ୍ତ ପଣ୍ଡା, ଛତ୍ରପୁର ଉପଜିଲ୍ଲାପାଳ ଶିବାଶିଷ ବରାଳ, ଡେପୁଟି କଲେକ୍ଟର(ନିର୍ବାଚନ ) ଡ଼ଃ ଅଶୋକ କୁମାର ଖଣ୍ଡା, ଛତ୍ରପୁର ତହସିଲଦାର ଦିବ୍ୟା ମହାନ୍ତି, ଅତିରିକ୍ତ ଉପଜିଲ୍ଲାପାଳ ପାର୍ଥ ସାରଥୀ ହାଁସଦା, ଛତ୍ରପୁର ପୌରପାଳିକାର ନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ଦାଶ, ବି ଏଲ ଓ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ, ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ, ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେବା ପୂର୍ବକ ଏସ ଆଇ ଆର ଚାଲିଥିବା ସମୟରେ କଣ କଣ କରିବେ ସେ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିଥିଲେ ।ଏହି ଅବସରରେ ଜିଲ୍ଲାପାଳ ଜିଲ୍ଲାବାସୀଙ୍କୁ ସଠିକ ତଥ୍ୟ ଦେବା ସହ ବି ଏଲ ଓ ମାନଙ୍କୁ ପୂର୍ଣ୍ଣ ସହଯୋଗ କରିବା ପାଇଁ ଅନୁରୋଧ କରିଥିଲେ।





