ବୌଦ୍ଧ ଜିଲ୍ଲାକୁ ଅତ୍ୟନ୍ତ ପ୍ରବଳ ବର୍ଷା ନେଇ ରେଡ୍‌ ଆଲର୍ଟ ଜାରି

Pradeep Kar

ଭୁବନେଶ୍ଵର, ୨୪ ଘଣ୍ଟା ପାଇଁ ରାଜ୍ୟର ୫ ଜିଲ୍ଲାକୁ ଅତ୍ୟନ୍ତ ପ୍ରବଳ ବା ଭୀଷଣ ବର୍ଷା ନେଇ ରେଡ୍‌ଆଲର୍ଟ ଜାରି କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସୋନପୁର ଓ ସମ୍ବଲପୁର ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଥିବା ବେଳେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ବରଗଡ଼, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଝାରସୁଗୁଡ଼ା,ଦେଓଗଡ଼ ,ସୁନ୍ଦରଗଡ଼,କେଉଁଝର, ମୟୁରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ। ଓଡ଼ିଶା ଉପକୂଳରେ ୪୫ରୁ ୫୫ କିମିରୁ ସର୍ବାଧିକ ୬୫ କିମି ପବନ ବହିବାର ସମ୍ଭାବନା ଥିବା ବେଳେ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆଗାମୀ ୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି ।

Also Read

Tags