ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ୬ଷ୍ଠ ପ୍ରତିଷ୍ଠା ଦିବସ ମହାସମାରୋହ ପାଳିତ

Pradeep Kar

ଭବାନୀପାଟଣା, ୦୧/୦୯/୨୦୨୬ : କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଧୂମଧାମରେ ପାଳିତ ହୋଇଯାଇଛି ବିଶ୍ୱବିଦ୍ୟାଳୟର ୬ଷ୍ଠ ପ୍ରତିଷ୍ଠା ଦିବସ। ଏହି ଅବସରରେ ଜନପ୍ରତିନିଧି, ପ୍ରଶାସନିକ ଅଧିକାରୀ, ଶିକ୍ଷାବିତ୍ ଓ ବହୁ ସଂଖ୍ୟକ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ। ବିଶ୍ୱବିଦ୍ୟାଳୟର କୁଳପତି ଡ଼. ପବନ କୁମାର ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ଲୋକସଭା ସାଂସଦ ମାଳବିକା ଦେବୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଶ୍ୱବିଦ୍ୟାଳୟର ସଫଳତା ଓ ଭବିଷ୍ୟତ ବିକାଶ ଯୋଜନା ଉପରେ ଆଲୋକପାତ କରିଥିଲେ।ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅଶୋକ କୁମାର ଦଲୱାଇ, ଜୁନାଗଡ଼ ବିଧାୟକ ଦିବ୍ୟଶଙ୍କର ମିଶ୍ର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାପାଳ ମଞ୍ଚାସୀନ ରହି ଉଚ୍ଚଶିକ୍ଷାର ପ୍ରସାର, ଗବେଷଣା ଏବଂ ଆଞ୍ଚଳିକ ବିକାଶରେ ବିଶ୍ୱବିଦ୍ୟାଳୟର ଭୂମିକା ଉପରେ ମତ ରଖିଥିଲେ। ପ୍ରତିଷ୍ଠା ଦିବସ ଅବସରରେ ଶିକ୍ଷା, କ୍ରୀଡ଼ା, ସାଂସ୍କୃତିକ ଓ ଅନ୍ୟାନ୍ୟ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ମହାସମାରୋହର ସମାପନ ହୋଇଥିଲା I

Also Read

Tags